ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପର ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଦେଇଥିବା ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୮ ତାରିଖରୁ […]

rain-1-2

rain-1-2

Tapaswini Nayak
  • Published: Thursday, 08 September 2022
  • Updated: 08 September 2022, 01:04 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପର ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଦେଇଥିବା ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୫ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଗଂଜାମ, ଗଜପତି, ରାୟଗଡ଼ା  ଓ କୋରାପୁଟ। ଏହାସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୯ ତାରିଖରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।  ଏହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ ମାଲକାନଗିରି। ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ୭ ସେଣ୍ଟିମିଟରରୁ ୨୦ ସେଣ୍ଟିମଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ।


 

 

 

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos