ପୁଣି ଏକ ଲଘୁଚାପ, ଏହି ସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ସ୍ପଳ୍ପ ଧରଣ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ […]

Rain

Tapaswini Nayak
  • Published: Friday, 29 October 2021
  • , Updated: 29 October 2021, 09:10 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ସ୍ପଳ୍ପ ଧରଣ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ।

ଲଘୁଚାପ ଯୋଗୁ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ତେବେ ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ହେବ।

ସୂଚନାଯୋଗ୍ୟ, ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ହାଲକା ପବନ ହେଉଛି। ସକାଳେ ଉଠିଲେ ଶୀତ ମଧ୍ୟ ଲାଗୁଛି।

 

Related story