ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହି ଦୁଇ ଜିଲ୍ଲା ହେଲା ମାଲକାନଗିରି ଓ କୋରାପୁଟ। ଏହି ଦୁଇ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କାଲି ସକାଳ ୮ଟା ୩୦ ଯାଏ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ୨ ଦିନ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଲଘୁଚାପ ସୃଷ୍ଟି ହେବା ପୂର୍ବରୁ ଆଜି ମଧ୍ୟାହ୍ନରେ ଭୁବନେଶ୍ୱର ଓ ଆଖାପାଖ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।