ଲଘୁଚାପ ପ୍ରଭାବରେ ୪ ଦିନ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହି ଦୁଇ ଜିଲ୍ଲା ହେଲା ମାଲକାନଗିରି ଓ କୋରାପୁଟ। ଏହି ଦୁଇ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି  କାଲି […]

raim

Manoranjan Sial
  • Published: Thursday, 13 August 2020
  • , Updated: 13 August 2020, 04:17 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହି ଦୁଇ ଜିଲ୍ଲା ହେଲା ମାଲକାନଗିରି ଓ କୋରାପୁଟ। ଏହି ଦୁଇ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି  କାଲି ସକାଳ ୮ଟା ୩୦ ଯାଏ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ୨ ଦିନ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଲଘୁଚାପ ସୃଷ୍ଟି ହେବା ପୂର୍ବରୁ ଆଜି ମଧ୍ୟାହ୍ନରେ ଭୁବନେଶ୍ୱର ଓ ଆଖାପାଖ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

Related story