Advertisment

ଲଘୁଚାପ, ୧୯ ଯାଏ ବର୍ଷା!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟ ହୋଇଛି। ଏହାର ପ୍ରଭାବରେ ୧୯ ଯାଏ ବର୍ଷା ସମ୍ଭାବନା ରହିଛି। ଆଜି ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ […]

author-image
Ranjit Kumar Jena
ଅଦ୍ୟତନ ହୋଇଛି
ଲଘୁଚାପ, ୧୯ ଯାଏ ବର୍ଷା!

low-pressure

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟ ହୋଇଛି। ଏହାର ପ୍ରଭାବରେ ୧୯ ଯାଏ ବର୍ଷା ସମ୍ଭାବନା ରହିଛି। ଆଜି ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିଲୋମିଟର୍ ପର୍ଯ୍ୟନ୍ତ ବ୍ୟାପିଛି। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରିବ ଏବଂ ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ଆଣ୍ଡାମାନ ସାଗର ପହଞ୍ଚିଲା ବେଳକୁ ଏକ ସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।

୧୭ ତାରିଖ ବେଳକୁ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅତିକ୍ରମ କରି ଯେତେବେଳେ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ପହଞ୍ଚିବ, ସେତେବେଳେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ୧୮ ତାରିଖରେ ଏହା ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବର୍ତ୍ତମାନ ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାର ସ୍ୱଳ୍ପରୁ ଧରଣର ବର୍ଷା ହେଉଛି।

Advertisment

ସମ୍ଭାବ୍ୟ ଅବପାତ ପ୍ରଭାବରେ ଉପକୂଳବର୍ତ୍ତୀ ଦକ୍ଷିଣ ଓଡ଼ିଶା ଜିଲ୍ଲା ଗୁଡ଼ିକର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୮ ତାରିଖରେ ୫ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ୫ ଜିଲ୍ଲାଗୁଡ଼ିକ ହେଲେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି। ୧୬ରୁ ୧୮ ତାରିଖ ଯାଏ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ୪୫ରୁ ୫୫ କିମି ରହିବ। ସେହିପରି ୧୭ ତାରିଖ ପରଠାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ୪୫ରୁ ୫୫ କିମି ରହିବ। ତେଣୁ ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଥିବା ଶ୍ରୀ ଦାସ କହିଛନ୍ତି।