ଲଘୁଚାପ ସକ୍ରିୟ, ବର୍ଷାରୁ ନିସ୍ତାର ନାହିଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଉପକୂଳ ଓଡ଼ିଶା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର  ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆଗକୁ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟ ତମାମ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ମୌସୁମୀ ଜନିତ ନିମ୍ନ ଚାପ ରେଖା ଉତ୍ତରପୂର୍ବ ଆରବସାଗର […]

Heavy-Rain

Manoranjan Sial
  • Published: Friday, 15 July 2022
  • , Updated: 15 July 2022, 06:09 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଉପକୂଳ ଓଡ଼ିଶା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର  ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆଗକୁ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟ ତମାମ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

https://twitter.com/mcbbsr/status/1547852231050809348?s=20&t=5vmj1cgYIMMxh8_2SDVyVg

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ରେ କୁହାଯାଇଛି, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ରେ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1547846546795794435?s=20&t=5vmj1cgYIMMxh8_2SDVyVg

ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ସୋନପୁର ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ଭିତରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ବରଗଡ଼, ସମ୍ୱଲପୁର ଓ ଅନୁଗୋଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଖସିବା ସହିତ ତଳିଆ ଅଞ୍ଚଳରେ ପାଣି ଜମିପାରେ।

https://twitter.com/mcbbsr/status/1547891101226307585?s=20&t=5vmj1cgYIMMxh8_2SDVyVg

ସେହିପରି ନବରଙ୍ଗପୁର, ନୂଆପଡ଼ା, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୋନପୁର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1547889482409463808?s=20&t=5vmj1cgYIMMxh8_2SDVyVg

୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ଭିତରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1547888494369943557?s=20&t=5vmj1cgYIMMxh8_2SDVyVg

୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ଭିତରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related story