Advertisment

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି। ତେବେ ରବିବାର ଓ ସୋମବାର ରାଜ୍ୟର କେତେକ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ଅର୍ଥାତ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ […]

ଅଦ୍ୟତନ ହୋଇଛି
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

Rain-Odisha

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି। ତେବେ ରବିବାର ଓ ସୋମବାର ରାଜ୍ୟର କେତେକ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ଅର୍ଥାତ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସମ୍ୱଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ୍‌ ଜିଲ୍ଲାରେ ମଧ୍ୟ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1558390739079348224?s=20&t=EyhyqsTl95AjxkHzVT9CCg

Advertisment

୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବୌଦ୍ଧ,  ବରଗଡ଼, ଅନୁଗୋଳ, ସମ୍ୱଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1558392978627956736?s=20&t=EyhyqsTl95AjxkHzVT9CCg

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe