Advertisment

ସତର୍କ କଲା ପାଣିପାଗ ବିଭାଗ; ଆହୁରି ଦୁଇ ଦିନ ବର୍ଷିବ!

ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ମଧ୍ୟ ବର୍ଷା ଜାରି ରହିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Rain

Rain

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଯାହାର ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ମଧ୍ୟ ବର୍ଷା ଜାରି ରହିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୨୬ ତାରିଖରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ଓ ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖ ଅର୍ଥାତ ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଲଘୁଚାପ ଜନିତ ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି ରହିଛି। ସହରାଞ୍ଚଳରେ ତୀବ୍ର ବର୍ଷା ସମୟରେ ଟ୍ରାଫିକ୍‌ ଜନିତ ସମସ୍ୟା ଉପୁଜିପାରେ। ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି। ତଳୁଆ ଚାଷ ଜମି ଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ଜଳ ନିସ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ କୁହାଯାଇଛି।

ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭.୩ ମିମି ବର୍ଷାରେ କର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୯ ମିମି ତୁଳନାରେ ୨୦୫% ଅଧିକ। ସେହିପରି ଦେବଗଡ ଜିଲ୍ଲାରେ ସର୍ବାଧିକ ବର୍ଷା ୧୦୬.୩ ମିମି ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୭ ମିମି ତୁଳନାରେ ୧୪୧୯% ଅଧିକ ରହିଛି।

Heavy Rain Weather