ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ତେଣୁ ସମ୍ଭବତଃ ୮ ତାରିଖ ବେଳକୁ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ […]

low pressure

low pressure

Niharika Rout
  • Published: Friday, 06 May 2022
  • Updated: 06 May 2022, 12:32 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ତେଣୁ ସମ୍ଭବତଃ ୮ ତାରିଖ ବେଳକୁ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।  ଅବପାତ ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ତୀବ୍ରତା ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି ଭାରତୀୟ ପାଣିପାଗ ବିଭାଗ(IMD) ସୂଚନା ଦେଇଛି

ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାକାନ୍ତ ଦାସ କହିଛନ୍ତି, ଆଜି ସକାଳେ ଲଘୁଚାପ କ୍ଷେତ୍ର ଦକ୍ଷିଣ ଆଣ୍ଡାମାନ ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ କ୍ଷେତ୍ର ଧିରେ ଧିରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଆସନ୍ତା ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ।

ଏହି ସମୟରେ ଆଣ୍ଡାମାନ ସାଗର ଅଞ୍ଚଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୪୦ରୁ ୫୦ କିମି ବେଗରେ ପବନ ପ୍ରବାହିତ ହେଉଛି।  ଧିରେ ଧିରେ ଏହା ବଢ଼ିବ । ଗତ କିଛି ଦିନ ଧରି ଦେଖାଯାଉଥିବା ମେଘଖଣ୍ଡଗୁଡ଼ିକ  ଏକତ୍ରିତ ହୋଇ ଘୂର୍ଣ୍ଣୟମାନ ଗତିରେ ରହୁଛନ୍ତି। ଏହା ଧିରେ ଧିର ବୃଦ୍ଧିପାଇ ୮ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ  ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ  ପବନର ବେଗ ୫୫ରୁ ୬୫ ଓ ସର୍ବାଧିକ ୭୫ କିମି ରହିବ ବୋଲି ଆକଳନ କରାଯାଉଛି। ଏହା ପ୍ରଭାବରେ ଏବେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆଣ୍ଡାମାନ ସାଗର ଅଞ୍ଚଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ୮ ତାରିଖ ପର୍ଯ୍ୟନ୍ତ ବାରଣ କରାଯାଇଛି।

ଏବେ  ବାତ୍ୟା ସମ୍ପର୍କୀତ କୌଣସି ସୂଚନା ଜାରି କରାଯାଇନି। ତେଣୁ ଲୋକଙ୍କ ମଧ୍ୟରେ ଗୁଜବ ସୃଷ୍ଟି କରିବା ଉଚିତ ନୁହେଁ  । ବାତ୍ୟା ସମ୍ପର୍କୀତ ସ୍ପଷ୍ଟ ସୂଚନା ମିଳିବା ପରେ  ଏହା ତୀବ୍ରତା, କେଉଁ ଆଡ଼େ ମୁହାଁଇବ, କେଉଁ ଉପକୂଳ ଆଡ଼କୁ ଗତି କରିବ ଜଣାପଡ଼ିବ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos