Advertisment

କେଉଁଠି ମାଡ଼ ହେବ ବାତ୍ୟା, କାଲି ହେବ ସ୍ପଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଅବପାତରେ ପରିଣତ ହେବ ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ। ଆଜି ଏହି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ,ଏହାର ତୀବ୍ରତା କେତେ ରହିବ କାଲି ସ୍ପଷ୍ଟ କରାଯିବ। […]

ଅଦ୍ୟତନ ହୋଇଛି
କେଉଁଠି ମାଡ଼ ହେବ ବାତ୍ୟା, କାଲି ହେବ ସ୍ପଷ୍ଟ

WEATHER_

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଅବପାତରେ ପରିଣତ ହେବ ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ। ଆଜି ଏହି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।

Advertisment

ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ,ଏହାର ତୀବ୍ରତା କେତେ ରହିବ କାଲି ସ୍ପଷ୍ଟ କରାଯିବ। ହେଲେ ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖଠାରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ। ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହା ପ୍ରଭାବରେ ପବନ ମଧ୍ୟ ବୋହିବ।

ଆଇଏମଡି ଡିଜି ଆହୁରି କହିଛନ୍ତି, ୪ ତାରିଖରେ ବାତ୍ୟା ଉପକୂଳ ପାଖାପାଖି ହେଲେ ବି ଅତିକ୍ରମ କରିନପାରେ। ବାତ୍ୟା ସ୍ଥଳଭାଗ ନ ଛୁଇଁ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ବର୍ଷା ହେବ।

Advertisment

ବାତ୍ୟା ପ୍ରଭାବରେ ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୪ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ। ସମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ। ସେଥିପାଇଁ ୪ ତାରିଖରେ ୧୧ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା  ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କଟକ।

Cyclone Jawad
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe