ବଙ୍ଗୋପସାଗରରେ ଲଘୁଚାପ, ପ୍ରଳବ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ପୂର୍ବାନୁମାନ ଅନୁଯାୟୀ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, କେନ୍ଦ୍ରାପଡ଼ା, ଭଦ୍ରକ, ଗଜପତି ଓ କନ୍ଧମାଳ, ରାୟଗଡ଼ାରେ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ଯାଏ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେବ। ସେହିପରି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏ ଝାରସୁଗୁଡ଼ା ଓ […]

rain

Ranjit Kumar Jena
  • Published: Thursday, 22 July 2021
  • , Updated: 22 July 2021, 05:32 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ପୂର୍ବାନୁମାନ ଅନୁଯାୟୀ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, କେନ୍ଦ୍ରାପଡ଼ା, ଭଦ୍ରକ, ଗଜପତି ଓ କନ୍ଧମାଳ, ରାୟଗଡ଼ାରେ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ଯାଏ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେବ। ସେହିପରି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ରେକର୍ଡ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟରେ ଅପରାହ୍ଣ ୩ଟାରୁ ରାତି ୧୨ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଦୁଇ ଘଣ୍ଟା ଭିତରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି କଟକ ଓ ଭୁବନେଶ୍ୱରର ସମେତ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ଣ ୩.୩୦ରୁ ୪.୩୦ ଯାଏ ବିଜୁଳି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାଜପୁର ଜିଲ୍ଲାରେ ମଧ୍ୟ ଏହି ସମୟରେ ବିଜୁଳି ଓ ସହ ବର୍ଷାର ସମ୍ଭାବନା ରହିଛି।

ରାତି ୭ଟାରୁ ୮ଟା ଭିତରେ ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ଝାରସୁଗୁଡ଼ା ଜିଲ୍ଲାର ଅଧିକାଂଶ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାତି ୯ଟାରେ କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ପାଇଁ ସତର୍କ ସୂଚନା ଦିଆଯାଇଛି। ଏହି ଦୁଇଟି ଜିଲ୍ଲାରେ ମଧ୍ୟ ବିଜୁଳି ସହ ବର୍ଷା ହୋଇପାରେ।

ରାତି ୧୧ଟାରେ ରାଉରକେଲା ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ଭଦ୍ରକ, ଯାଜପୁର, କେନ୍ଦୁଝର ଓ ଅନୁଗୋଳ-ବୌଦ୍ଧରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

Related story