ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି।
ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ଗତକାଲିଠୁ କୋରାପୁଟ ଓ ବାଲେଶ୍ୱର ଜିଲ୍ଲାରେ ଲଘୁଚାପ ବର୍ଷା ଜାରି ରହିଛି। କୋରାପୁଟ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜରୁରୀକାଳୀନ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ କହିଛନ୍ତି। ସେ କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାରେ ୫୦୬ ମିଲିମିଟର ବର୍ଷା ହୋଇଛି।
#ସୁଦୃଶ-#ଲଘୁଚାପ କ୍ଷେତ୍ର ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ #ଦକ୍ଷିଣ-#ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଯାଏଁ ବ୍ୟାପିଛି | ଆଗାମୀ ୨-୩ ଦିନ ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି |#Monsoon2021 #monsoon pic.twitter.com/Xpcbfg7qn9
— Meteorological Centre, Bhubaneswar (@mcbbsr) September 7, 2021
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।