rain-1
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି।
ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ଗତକାଲିଠୁ କୋରାପୁଟ ଓ ବାଲେଶ୍ୱର ଜିଲ୍ଲାରେ ଲଘୁଚାପ ବର୍ଷା ଜାରି ରହିଛି। କୋରାପୁଟ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜରୁରୀକାଳୀନ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ କହିଛନ୍ତି। ସେ କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାରେ ୫୦୬ ମିଲିମିଟର ବର୍ଷା ହୋଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/10/rain-1-1.jpg)