ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତର ରୂପ ନେଇଛି। ଆଜି ସକାଳ ୫.୩୦ ମିନିଟରେ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ଭିତରେ ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଏହା ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଲଘୁଚାପ ଅବପାତର ରୂପ ନେଲେ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷ […]

rain-1-1

Ranjit Kumar Jena
  • Published: Sunday, 11 October 2020
  • , Updated: 11 October 2020, 11:33 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତର ରୂପ ନେଇଛି। ଆଜି ସକାଳ ୫.୩୦ ମିନିଟରେ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ଭିତରେ ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଏହା ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।

ଲଘୁଚାପ ଅବପାତର ରୂପ ନେଲେ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିସାରିଛି। ଏହି ଲଘୁଚାପ ପଶ୍ଚିମ, ପଶ୍ଚିମ-ଉତ୍ତର ଦିଗରେ ଗତି କରି ୧୨ ତାରିଖରେ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ତେଣୁ ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆଜିଠୁ ୧୩ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆସନ୍ତାକାଲି ସକାଳ ଯାଏ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ାଘଡ଼ି ସହ ବର୍ଷା ହୋଇପାରେ। ତେବେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Related story