ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆସନ୍ତ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ । ପରେ ଏହା ଘନିଭୂତ ହେବା ସମ୍ଭାବନା ରହିଛି । ଆସନ୍ତା ୨୫ ତାରିଖ ବେଳକୁ ଏହା ପଶ୍ଚିମ-ଉତ୍ତରକୁ ଗତି କରି ତାମିଲନାଡୁ ଓ ପୁଡୁଚେରି ଛୁଇଁପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଅଭ୍ୟାନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳରେ ବର୍ଷା ହୋଇପାରେ । ତେଣୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପେଟ ଗତକାଲି ବାଲେଶ୍ୱର ଜିଲ୍ଲା ସୋର ଅଂଚଳରେ ଅଦିନିଆ ବର୍ଷ ହୋଇଛି। ସୋର ଅଞ୍ଚଳର ସରଶଙ୍ଖ, ନଦୀଗାଁ, ଅନନ୍ତପୁର, ଦହିସଡା, ମୂଳିସିଂ, ତଳନଗର ଏବଂ ଅନେକ ଅଞ୍ଚଳରେ ଦୀର୍ଘ ୩ ଘଣ୍ଟା ଧରି ବର୍ଷା ହୋଇଥିବା ଜଣାପଡିଛି। ଫଳରେ ପାଚିଲା ଧାନ ସବୁ ପାଣିରେ ବୁଡି ଯାଇଛି । ଫଳରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଦେଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।