Advertisment

କାଲି ଲଘୁଚାପ କ୍ଷେତ୍ରର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼

ଘୂର୍ଣ୍ଣିଝଡ଼ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି

author-image
Manoranjan Sial
Cyclone

Cyclone

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ। ଏନେଇ ସୂଚନା ଜାରି କରିଛି ଭାରତୀୟ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିଝଡ଼ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ବାତ୍ୟାର ଗତିପଥ ଓ ତୀବ୍ରତା ଜଣାପଡ଼ିବ ବୋଲି ପାଣିପାଗ ବିଭାଗ କହିଛି। ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଯିବାକୁ ବାରଣ କରାଯାଇଛି।

Advertisment

ସେପଟେ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଅର୍ଥାତ ୮ ତାରିଖରେ ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଠିକ୍‌ ସେହିପରି ୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

Rain Alert Cyclone Update