ଆଜି ଅବପାତ, ସ୍ପଷ୍ଟ ହେବ ସମ୍ଭାବ୍ୟ ବାତ୍ୟାର ଗତିପଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେଉଥିବା ବେଳେ ତାହା ଆଜି ଅବପାତରେ ପରିଣତ ହୋଇପାରେ । ଅବପାତରେ ପରିଣତ ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଅବପାତଟି ୮ ତାରିଖ ଅର୍ଥାତ୍ ଆସନ୍ତାକାଲି ସଂଧ୍ୟାରେ ବାତ୍ୟାରେ ରୂପାନ୍ତରିତ ହୋଇପାରେ ।  ତାହା କ୍ରମେ ୧୦ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ । […]

cyclone

Niharika Rout
  • Published: Saturday, 07 May 2022
  • , Updated: 07 May 2022, 12:56 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେଉଥିବା ବେଳେ ତାହା ଆଜି ଅବପାତରେ ପରିଣତ ହୋଇପାରେ । ଅବପାତରେ ପରିଣତ ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଅବପାତଟି ୮ ତାରିଖ ଅର୍ଥାତ୍ ଆସନ୍ତାକାଲି ସଂଧ୍ୟାରେ ବାତ୍ୟାରେ ରୂପାନ୍ତରିତ ହୋଇପାରେ ।  ତାହା କ୍ରମେ ୧୦ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ । ତେବେ ଆଜି ଅବପାତରେ ପରିଣତ ହେଲା ପରେ ଅଧିକ ସ୍ପଷ୍ଟତା ଆସିବ ।

ବାତ୍ୟା କେଉଁ ଉପକୂଳ ଛୁଇଁବ, କେବେ ଛୁଇଁବ ସେନେଇ ଆକଳନ କରିହେବ ।  ତେବେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆକଳନ କରାଯାଇଥିବାରୁ ମତ୍ସ୍ୟଜୀବୀ ଫେରି ଆସିବା ଉଚିତ ବୋଲି ପରାମର୍ଶ ଦେଇଛନ୍ତି ଆଇଏମଡି ଡିଜି ।

ସେପଟେ ସମ୍ଭାବ୍ୟ ବାତ୍ୟା ଏବଂ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ସେ କହିଛନ୍ତି, ଆଇଏମ୍‌ଡି ପକ୍ଷରୁ ବାତ୍ୟାର ଗତିପଥ ନେଇ ସ୍ପଷ୍ଟ ସୂଚନା ମିଳିବା ପରେ ସେହି ଅନୁଯାୟୀ NDRF, ଓଡ୍ରାଫ୍ ଟିମ୍ ମୁତୟନ ପାଇଁ ପ୍ଲାନ କରାଯିବ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୧୦ ତାରିଖରେ ଗଂଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁରରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ତେବେ କୌଣସି ବି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ବୋଲି କହିଛନ୍ତି ଏସ୍ଆରସି ପ୍ରଦୀପ ଜେନା ।

୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆକଳନ କରାଯାଇଥିବାରୁ  ୮ ତାରିଖ ସକାଳୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଆଉ ପ୍ରବେଶ କରାଇଦିଆଯିବନି । ସେମାନଙ୍କ ଉପରେ ନଜର ରଖିବାକୁ ନୌସେନା, କୋଷ୍ଟଗାର୍ଡଙ୍କୁ ନିର୍ଦ୍ଦେଶ  କୁହାଯାଇଛି  । ଚାଷ ସଂପର୍କିତ ପରାମର୍ଶ ପାଇଁ କୃଷି ବିଭାଗକୁ ଗାଇଡଲାଇନ ପାଇଁ କୁହାଯାଇଛି ।  ସେହିପରି ଟେଲିକମ୍ କଂପାନୀମାନଙ୍କ ସହ ମଧ୍ୟ ଆଲୋଚନା ହୋଇଥିବା ଏସ୍ଅାର୍ସି କହିଛନ୍ତି ।

ସମ୍ଭାବ୍ୟ ବାତ୍ୟା ଯୋଗୁ  କିଛି ଟାୱାର ଭାଙ୍ଗିଲେ, ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଳ ସଂପଦ, ପୂର୍ତ୍ତ, ଜଙ୍ଗଲ ବିଭାଗ ସହ ବି ଆଲୋଚନା ହୋଇଛି । ତେବେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି କରିଛୁ, କିଛି ପରିସ୍ଥିତି ଉପୁଜିଲେ ମୁକାବିଲା ପାଇଁ ସକ୍ଷମ ହେବୁ ବୋଲି ଏସ୍ଆରସି  କହିଛନ୍ତି ।

Related story