ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଜଗତସିଂହପୁର, କଟକ ଓ ଅନୁଗୋଳ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ହୋଇପାରେ। ତେବେ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ଦିଆଯାଇନାହିଁ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର […]

rain-1..

Jyoshna Pradhan
  • Published: Thursday, 05 September 2019
  • , Updated: 05 September 2019, 02:32 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଜଗତସିଂହପୁର, କଟକ ଓ ଅନୁଗୋଳ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ହୋଇପାରେ। ତେବେ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ଦିଆଯାଇନାହିଁ।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନ ମୋହନ ଦାସ କହିଛନ୍ତି, ‘ଆଜି ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ଏରିଆ ରହିଛି। ତା’ ସହିତ ଘୂର୍ଣ୍ଣିବଳୟ ମଧ୍ୟ ରହିଛି। ତା’ ପ୍ରଭାବରେ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ କଳାହାଣ୍ଡି, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ତେବେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୋଳ, ଢେଙ୍କାନାଳ, ଝାସୁଗୁଡ଼ା, ସମ୍ୱଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ କୋରାପୁଟ, ରାୟଗଡା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି।’

 

Related story