ଓଡ଼ିଶାକୁ ଲଘୁଚାପ ଆଣିବ କି ମୌସୁମୀ?

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ଆଣିବାର ସମ୍ଭାବନା ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଡ଼ ଧରଣର ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି କେତେକ ଜିଲ୍ଲାରେ […]

weather

Manoranjan Sial
  • Published: Saturday, 06 June 2020
  • , Updated: 06 June 2020, 07:38 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ଆଣିବାର ସମ୍ଭାବନା ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୦ ତାରିଖରୁ ରାଜ୍ୟରେ ବଡ଼ ଧରଣର ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି କେତେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷାର ମଧ୍ୟ ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଯଦି ଜାରି ରହେ, ତେବେ ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଆଶା କରାଯାଉଛି। ଏହାର ଅର୍ଥ ରଜ ସୁଦ୍ଧା ମୌସୁମୀରେ ସାରା ଓଡ଼ିଶା ଭିଜିବ।

Related story