୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଏବେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଗତ ୨ ଦିନ ଧରି ବର୍ଷା ଲାଗି ରହିଛି । ଆଜି ମଧ୍ୟ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନ ସମେତ ଉତ୍ତର ଓଡିଶାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ନବରଙ୍ଗପୁର , ରାୟଗଡା , କନ୍ଧମାଳ , କଳାହାଣ୍ଡି , ଗଞ୍ଜାମ , ସୋନପୁର , ନୂଆପଡା , […]

low-pressure

low-pressure

Tapas Behera
  • Published: Monday, 05 October 2020
  • Updated: 05 October 2020, 03:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଏବେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଗତ ୨ ଦିନ ଧରି ବର୍ଷା ଲାଗି ରହିଛି । ଆଜି ମଧ୍ୟ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନ ସମେତ ଉତ୍ତର ଓଡିଶାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ନବରଙ୍ଗପୁର , ରାୟଗଡା , କନ୍ଧମାଳ , କଳାହାଣ୍ଡି , ଗଞ୍ଜାମ , ସୋନପୁର , ନୂଆପଡା , ବଲାଙ୍ଗୀର , ଅନୁଗୁଳ , କେନ୍ଦୁଝର , ବରଗଡ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ବିଭାଗ କହିଛି ।

ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆଜି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ସେପଟେ ଆସନ୍ତା ୯ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos