କଟକ (ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ସାରା ରାଜ୍ୟକୁ ଲକ୍ଡାଉନ କରାଯାଇଛି। ଏହି ଲକ୍ଡାଉନ କଟକଣା ଯୋଗୁ ତଳକୋର୍ଟ କାର୍ଯ୍ୟ ଅବଧିରେ ପରିବର୍ତ୍ତନ ଅଣାଯାଇଛି। ଆସନ୍ତା ୨୦ ତାରିଖରୁ ଦିନକୁ ଏକ ଘଣ୍ଟା ପାଇଁ କୋର୍ଟ ଖୋଲିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସକାଳେ ଚାଲୁଥିବା କୋର୍ଟ ୯ଟାରୁ ୧୦ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବ। ସକାଳ ସିଟିଂ ହେଉ ନ ଥିବା କୋର୍ଟ ଦିନ ୧୧ଟାରୁ ୧୨ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବ ବୋଲି ନିର୍ଦ୍ଦେଶନାମା ପ୍ରକାଶ ପାଇଛି।ଆସନ୍ତା ୨୦ ତାରିଖରୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଏହା ଚାଲୁ ରହିବ ବୋଲି ନୋଟିସରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ଆଜି ପର୍ଯ୍ୟନ୍ତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୯ ଜଣ ସୁସ୍ଥ ହୋଇଛନ୍ତି। ଆମ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।