Advertisment

ଅବପାତରେ ପରିଣତ ହେଲା ଲଘୁଚାପ, କାଲି ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଅବପାତଟି ଆସନ୍ତାକାଲି ଗଭୀର ଅବପାତରେ ପରିଣତ ହେବା ପରେ ବାତ୍ୟାର ରୂପ ନେଇପାରେ। ସମ୍ଭାବ୍ୟ ବାତ୍ୟା ଉତ୍ତରପଶ୍ଚିମ ଦିଗରେ ଗତି କରି ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଅବପାତରେ ପରିଣତ ହେଲା ଲଘୁଚାପ, କାଲି ନେଇପାରେ ବାତ୍ୟାର ରୂପ

Weather Map

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଏହି ଅବପାତଟି ଆସନ୍ତାକାଲି ଗଭୀର ଅବପାତରେ ପରିଣତ ହେବା ପରେ ବାତ୍ୟାର ରୂପ ନେଇପାରେ। ସମ୍ଭାବ୍ୟ ବାତ୍ୟା ଉତ୍ତରପଶ୍ଚିମ ଦିଗରେ ଗତି କରି ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବ। ତା’ପରେ ଏହା ଦିଗ ପରିବର୍ତ୍ତନ କରିବ। ସମ୍ଭାବ୍ୟ ବାତ୍ୟା ଏଠାରୁ ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତ କରିବ।

ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ପ୍ରଦେଶ କିମ୍ବା ଓଡ଼ିଶା, କେଉଁଠି ବି ଲ୍ୟାଣ୍ଡଫଲ୍ କରିବ ନାହିଁ ବୋଲି ପୂର୍ବରୁ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ୍ କରିବନି। ଦିଗ ବଦଳାଇବା ପରେ ବାତ୍ୟା ଆଉ ସ୍ଥଳଭାଗ ଛୁଇଁବ ନାହିଁ।

Advertisment

ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ନଛୁଇଁଲେ ବି ଏହାର ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରେ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କିନ୍ତୁ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି। ସେହିଭଳି ୧୧ ତାରିଖରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି।

ଯଦି କୌଣସି ମତ୍ସ୍ୟଜୀବୀ ସୁମଦ୍ର ମଧ୍ୟରେ ଅଛନ୍ତି, ସେମାନେ ମେ’ ୧୦ ତାରିଖ ସକାଳ ସୁଦ୍ଧା ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଥିବା ବେଳେ ୧୧ ତାରିଖରୁ ପରବର୍ତ୍ତୀ ନିର୍ଦ୍ଦେଶ ନ ହେଲା ଯାଏଁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି।