ବାଙ୍କୀ (ସଞ୍ଜିବ କୁମାର ନାୟକ): ଆଜି ହେଉଛି ବାଙ୍କୀର ଆରାଧ୍ୟ ଦେବୀ ମାଆ ଚର୍ଚ୍ଚିକାଙ୍କ ବିଜୟା ଦଶମୀ। ସେଥିପାଇଁ ସେବାୟତମାନେ ମହାନଦୀରୁ ୧୦୮ ଗାରା ପବିତ୍ର ଜଳ ଆଣି ମାଆଙ୍କୁ ମଜଣା କରିଥିଲେ। ପରେ ସୁନ୍ଦର ରୂପରେ ମାଆଙ୍କୁ ସଜାଇଥିଲେ। ସକାଳ ଧୂପରେ ମାଣ୍ଡୁଅ ଭୋଗ ଲାଗି କରା ଯାଇଥିଲା। ତା’ପରେ ମାଆ ଅପରାଜିତା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ଦୂର ଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁମାନେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରାହଣ କରାଯାଇଥିଲା।
ପୂଜକଙ୍କ କହିବା ଅନୁସାରେ ଆଜି ମାଆଙ୍କା ପାଖରେ ଶାନ୍ତି ପୂଜା କରାଯାଇଥିଲା। ରାଜାଙ୍କ ଘରୁ ଆସିଥିବା ବରଣୀ ଚାଉଳ, ଗୁଆ, ନଡ଼ିଆ ପୂଜା କରାଯାଏ। ତା’ପରେ ସେ ସବୁକୁ ରଜାଙ୍କ ଖମାଣରେ ରଖାଯାଇଥିବା ପୂଜକ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।