କେନ୍ଦୁଝର(ପ୍ରଣୟ ପାଣି): ଆଜି ମା’ ଘଟଗାଁ ତାରିଣୀଙ୍କ ଦର୍ଶନ ବନ୍ଦ ରହିଛି। ଆଷାଢୀ ପର୍ବ ପାଇଁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମା’ଙ୍କ ଦର୍ଶନ ବନ୍ଦ ରହିବ। ମନ୍ଦିର ଦ୍ୱାର ବନ୍ଦ ରହିବା ସହ ପହଡ଼ ଖୋଲିବନି। ଫଳରେ ମା’ଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଭକ୍ତଙ୍କ ମଙ୍ଗଳ ପାଇଁ ମା’ ତାରିଣୀ ଆଜି ଉପବାସ ରଖୁଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିଶ୍ୱାସ ରହିଛି।
ସନ୍ଧ୍ୟା ୬ଟା ପରେ ପହଡ଼ ଉଠିଲେ ମା’ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ।
ଅନ୍ୟପକ୍ଷରେ ଏଠାକାର ୨୨ଖଣ୍ଡ ମୌଜାର ଲୋକେ ଆଜିର ଦିନକୁ କୃଷି ଭତ୍ତିକ ପର୍ବ ଭାବେ ପାଳନ କରନ୍ତି । ଏଥିସହ ମା’ଙ୍କ ନିକଟରେ ବୋଦା ସମର୍ପଣ କରି ଚାଷ କାମ ଆରମ୍ଭ କରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।