କଳାହାଣ୍ଡି (ରାଜ କୁମାର ସିଂଦେଓ): ଦୀର୍ଘ ୨୫ ବର୍ଷର ଦାବି ଶୁଣୁ ନାହାନ୍ତି ସରକାର। ସବ୍ ଡିଭିଜନ୍ ମାନ୍ୟତା ଦାବିରେ ବର୍ଷ ବର୍ଷ ଧରି ଚାଲିଥିବା ଆନ୍ଦୋଳନ ଓ ଅନଶନକୁ ଅଣଦେଖା କରି ଚାଲିଛନ୍ତି ସରକାର। ଶେଷରେ ଆଜି ରାସ୍ତାକୁ ଓହ୍ଲାଇଛନ୍ତି କଳାହାଣ୍ଡି ଜିଲ୍ଲା ଏମ୍. ରାମପୁର, ନର୍ଲା ଓ କର୍ଲାମୁଣ୍ଡା ବ୍ଲକବାସୀ। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି।
କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁରକୁ ରାଜସ୍ୱ ଉପଖଣ୍ଡ କରାଯିବା ଦାବି ନେଇ ଆଜି ମଦନପୁର ରାମପୁର ରାଜସ୍ୱ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହା ପ୍ରଭାବରେ ସକାଳ ୬ଟା ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ସହିତ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଛି।
ଦୀର୍ଘ ମାସେ ହେଲା ଆନ୍ଦୋଳନକାରୀ ରାମପୁର ତହସିଲ ଅଫିସ ନିକଟରେ ଅନଶନ କରିଥିଲେ। ହେଲେ ଶୁଣିଲାନି ପ୍ରଶାସନ। ପ୍ରତିବାଦରେ ଆଜି ମଦନପୁର ରାମପୁର କାର୍ଲମୁଣ୍ଡା ନର୍ଲା ଅଞ୍ଚଳରେ ଆଦିବାସୀ ସମୂହ ଏକଜୁଟ ହୋଇ ବନ୍ଦ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।