ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିଲାମାନଙ୍କୁ ସହଜରେ ପାଠ ବୁଝାଇବାକୁ ଆରମ୍ଭ ହେଲା ‘ମଧୁ ଆପ୍’। ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏହି ଆପ୍କୁ ଲୋକାର୍ପିତ କରିଛନ୍ତି। ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ନାଁରେ ଏହି ନୂଆ ଆପ୍ର ନାମିତ କରାଯାଇଛି।
ଆଜି ପ୍ରଥମ ଦିନରେ ଗଞ୍ଜାମ ଜିଲ୍ଲାର ୨୨ଟି ବ୍ଲକ୍ର ଛାତ୍ରଛାତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ‘ମଧୁ ଆପ୍’ ସମ୍ପର୍କରେ କଥାବାର୍ତ୍ତା ହୋଇଥିଲେ। ଭଲ ପାଠ ପଢି ଦେଶର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି।
ଛାତ୍ରଛାତ୍ରୀ ଏହି ମୋବାଇଲ ଆପ୍ ଡାଉନଲୋଡ୍ କରି ସେଥିରୁ ଭିଡ଼ିଓ ଦ୍ୱାରା ସ୍କୁଲରେ ପଢା ଯାଇଥିବା ପାଠ ବୁଝି ପାରିବେ। ଏହି ବ୍ୟବସ୍ଥା କେବଳ ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟକାରୀ କରାଯାଇଛି। ଏହା ସଫଳ ହେଲେ ପରବର୍ତ୍ତୀ ସମୟରେ ସମଗ୍ର ରାଜ୍ୟରେ ଲାଗୁ କରାଯିବ। ଆଜିର କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଆଦର୍ଶ ବିଦ୍ୟାଳୟ ସଂଗଠନ ଅଧ୍ୟକ୍ଷ ପ୍ରମୁଖ ଯୋଗ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଶ୍ରୀ ମହାପ୍ରଭୁଙ୍କ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।