ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାନଦୀ ପାଣି ପାଇଁ ପୁଣି ହେବ ଆନ୍ଦୋଳନ। ଆଜି ମହାନଦୀ ଟ୍ରିବ୍ୟୁନାଲର ୧୯ତମ ଶୁଣାଣି ପରେ କହିଛନ୍ତି ମହାନଦୀ ବଞ୍ଚାଅ ଆନ୍ଦୋଳନର ଆବାହକ ସୁଦର୍ଶନ ଦାସ। ତେବେ ଆଜିର ଶୁଣାଣି ବେଳେ କମନ୍ ଇନ୍ଫରମେସନ୍ ଫର୍ମାଟ୍ ଚୂଡାନ୍ତ ହୋଇପାରିନାହିଁ। ଟ୍ରିବ୍ୟୁନାଲର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୩ ତାରିଖକୁ ଧାର୍ଯ୍ୟ କରାଯାଇଛି। ତେବେ ଟ୍ରିବ୍ୟୁନାଲରୁ ଓଡ଼ିଶାକୁ ଆଖିଦୃଶିଆ ସଫଳତା ମିଳୁନାହିଁ ବୋଲି କହିଛନ୍ତି ସୁଦର୍ଶନ।
ସେ କହିଛନ୍ତି, ଆସନ୍ତା ମାର୍ଚ୍ଚ ୧୨ରେ ମହାନଦୀ ଟ୍ରିବ୍ୟୁନାଲ୍ ଗଠନକୁ ୩ ବର୍ଷ ପୂରୁଛି। ହେଲେ ମହାନଦୀ ଜଳ ବିବାଦ ସମାଧାନର ଅଗ୍ରଗତି ହୋଇନି। ଟ୍ରିବ୍ୟୁୟନାଲରୁ ଓଡ଼ିଶା ମଧ୍ୟ କୌଣସି ଅନ୍ତରୀଣ ଆଦେଶ ପାଇପାରିଲାନି। ପ୍ରତିପକ୍ଷ ଛତିଶଗଡ଼ ଯେଉଁସବୁ ନିର୍ମାଣ କାମ କରୁଛି, ତାକୁ ମଧ୍ୟ ରୋକା ଗଲାନି। ଟ୍ରିବ୍ୟୁନାଲର କାର୍ଯ୍ୟକାଳ ମଧ୍ୟରେ ଚୂଡ଼ାନ୍ତ ରାୟ ପ୍ରକାଶ ପାଇବା ନେଇ ଆଶଙ୍କା ଥିବାରୁ ସରକାର ଆଉ ରାଜନୀତି କରନ୍ତୁନି ବୋଲି କହିଛନ୍ତି ସୁଦର୍ଶନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।