ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠନ ହେଲା ଟ୍ରିବ୍ୟୁନାଲ

<p>ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ମହାନଦୀ ଜଳକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଲାଗିଥିବା ବିବାଦର ସମାଧାନ ପାଇଁ ଗଠନ ହେଲା ଟ୍ରିବ୍ୟୁନାଲ୍। ୩ ଜଣିଆ ଟ୍ରିବ୍ୟୁନାଲ ଗଠନ ନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ ଖାନ୍&zwnj;ୱିଲକରଙ୍କୁ ଏହି ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଅନ୍ୟ ଦୁଇ ସଦସ୍ୟ ହେଲେ ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ରବି ରଂଜନ ଓ ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଇନ୍ଦରମିତ କୌର କୋଚର୍। ଟ୍ରିବ୍ୟୁନାଲର ତିନି ସଦସ୍ୟଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମନୋନୀତ କରିଛନ୍ତି।</p> <p>ଗତ ଜାନୁଆରୀ ୨୩ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସରକାର ଟ୍ରିବ୍ୟୁନାଲ୍ ଗଠନ କରିଛନ୍ତି। ଏହାର ମୁଖ୍ୟ କାର୍ଯ୍ୟାଳୟ ନୂଆଦିଲ୍ଲୀରେ ରହିବ। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ର ବେଆଇନ୍ ବ୍ୟାରେଜ୍ ନିର୍ମାଣକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଛି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀସ୍ତରୀୟ ଆଲୋଚନା ଫେଲ୍ ମାରିବା ପରେ ରାଜ୍ୟ ସରକାର ଟ୍ରିବ୍ୟୁନାଲ୍ ଗଠନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ ୧୯୫୬ ଅନୁୟାୟୀ ଟ୍ରିବ୍ୟୁନାଲ ୩ ବର୍ଷ ମଧ୍ୟରେ ରିପୋର୍ଟ ପ୍ରଦାନ କରିବେ ଓ ଆବଶ୍ୟକ ପଡ଼ିଲେ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ଆଉ ୨ ବର୍ଷ ବଢାଯାଇପାରିବ।</p>

Ordigital Desk
  • Published: Monday, 12 March 2018
  • Updated: 12 March 2018, 07:26 PM IST

Sports

Latest News

<p>ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ମହାନଦୀ ଜଳକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଲାଗିଥିବା ବିବାଦର ସମାଧାନ ପାଇଁ ଗଠନ ହେଲା ଟ୍ରିବ୍ୟୁନାଲ୍। ୩ ଜଣିଆ ଟ୍ରିବ୍ୟୁନାଲ ଗଠନ ନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ ଖାନ୍&zwnj;ୱିଲକରଙ୍କୁ ଏହି ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଅନ୍ୟ ଦୁଇ ସଦସ୍ୟ ହେଲେ ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ରବି ରଂଜନ ଓ ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଇନ୍ଦରମିତ କୌର କୋଚର୍। ଟ୍ରିବ୍ୟୁନାଲର ତିନି ସଦସ୍ୟଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମନୋନୀତ କରିଛନ୍ତି।</p><p>ଗତ ଜାନୁଆରୀ ୨୩ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସରକାର ଟ୍ରିବ୍ୟୁନାଲ୍ ଗଠନ କରିଛନ୍ତି। ଏହାର ମୁଖ୍ୟ କାର୍ଯ୍ୟାଳୟ ନୂଆଦିଲ୍ଲୀରେ ରହିବ। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ର ବେଆଇନ୍ ବ୍ୟାରେଜ୍ ନିର୍ମାଣକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଛି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀସ୍ତରୀୟ ଆଲୋଚନା ଫେଲ୍ ମାରିବା ପରେ ରାଜ୍ୟ ସରକାର ଟ୍ରିବ୍ୟୁନାଲ୍ ଗଠନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ ୧୯୫୬ ଅନୁୟାୟୀ ଟ୍ରିବ୍ୟୁନାଲ ୩ ବର୍ଷ ମଧ୍ୟରେ ରିପୋର୍ଟ ପ୍ରଦାନ କରିବେ ଓ ଆବଶ୍ୟକ ପଡ଼ିଲେ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ଆଉ ୨ ବର୍ଷ ବଢାଯାଇପାରିବ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos