Advertisment

ମାହାଙ୍ଗା ଡବଲ ମର୍ଡର; ମୁଖ୍ୟ ଅଭିଯୁକ୍ତକୁ ନେଇ ସିନ୍‌ ରିକ୍ରିଏଟ‌ କଲା ପୁଲିସ୍‌

ସାଲେପୁର(ମନୋଜ ଆଚାର୍ଯ୍ୟ): ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାରେ କଟକ ଗ୍ରାମାଞ୍ଚଳ ପୁଲିସ୍ ଗତକାଲି ୪ ଜଣଙ୍କୁ ଉଠାଇ ନେଇ ଅଜ୍ଞାତ ସ୍ଥାନରେ ପଚରାଉଚରା କରିଥିଲା। ଏହାପରେ  ଆଜି ମୁଖ୍ୟ ଅଭିଯୁକ୍ତକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ମାହାଙ୍ଗା ପୁଲିସ୍‌ । ସିନ୍ ରିକ୍ରିଏସନ୍ ବେଳେ ପୁଲିସ୍‌ ଗୋଟିଏ ଖଣ୍ଡା ଜବତ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତମାନଙ୍କୁ ଧରିବା […]

author-image
Niharika Rout
ଅଦ୍ୟତନ ହୋଇଛି
ମାହାଙ୍ଗା ଡବଲ ମର୍ଡର;  ମୁଖ୍ୟ ଅଭିଯୁକ୍ତକୁ ନେଇ ସିନ୍‌ ରିକ୍ରିଏଟ‌ କଲା ପୁଲିସ୍‌

salipur

ସାଲେପୁର(ମନୋଜ ଆଚାର୍ଯ୍ୟ): ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାରେ କଟକ ଗ୍ରାମାଞ୍ଚଳ ପୁଲିସ୍ ଗତକାଲି ୪ ଜଣଙ୍କୁ ଉଠାଇ ନେଇ ଅଜ୍ଞାତ ସ୍ଥାନରେ ପଚରାଉଚରା କରିଥିଲା। ଏହାପରେ  ଆଜି ମୁଖ୍ୟ ଅଭିଯୁକ୍ତକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ମାହାଙ୍ଗା ପୁଲିସ୍‌ । ସିନ୍ ରିକ୍ରିଏସନ୍ ବେଳେ ପୁଲିସ୍‌ ଗୋଟିଏ ଖଣ୍ଡା ଜବତ କରିଛି।

Advertisment

ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତମାନଙ୍କୁ ଧରିବା ପାଇଁ କଟକ ଗ୍ରାମାଞ୍ଚଳ ପୁଲିସ୍‌ ପକ୍ଷରୁ ୫ଟିମ୍ ଗଠନ କରାଯାଇଛି। ଏହି ଟିମ୍‌ ଗତକାଲି ରାତିରେ ମାହାଙ୍ଗର ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ଏହି ଅଭିଯୁକ୍ତମାନଙ୍କୁ ଉଠାଇନେଇଥିଲା। ପଚରାଉଚରା ପରେ ଆଜି ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡ଼ିଛି। ସେହିଭଳି ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୁଲିସ୍ ପକ୍ଷରୁ ଚଢ଼ାଉ ଜାରି ରହିଛି।

publive-image

ଏହି ଘଟଣାକୁ ବିଜେପି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଥିବା ବେଳେ ଗତକାଲି ଦଳ କଟକ ଓ ଅବିଭକ୍ତ କଟକ ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା। ଆଇନ ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଆଜି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସବୁ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଉଛି । ଏହା ସହିତ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ୪୮ ଘଣ୍ଟା ମହଲତ ଦେଇଛି ବିଜେପି। ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କୌଣସି ସଭା କରିବାକୁ ଦିଆଯିବ ନାହିଁ ଦଳ ପକ୍ଷରୁ କୁହାଯାଇଛି। ଆସନ୍ତାକାଲିଠୁ ରାଜ୍ୟର ସବୁ ଏସ୍‌ପି ଅଫିସ୍‌ ଓ ୮ ତାରିଖରେ ଡିଜି ଅଫିସ୍ ଘେରାଉ କରିବାକୁ ଦଳ ଯୋଜନା କରିଛି। ସେହିପରି ଆଜି ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ବାସଭବନ ଘେରାଉ କରାଯାଇଛି।

Advertisment

ସୂଚନାଯୋଗ୍ୟ, ଶନିବାର ସାଲେପୁର ନଗର ମଣ୍ଡଳର ପ୍ରଭାରୀ କୁଳମଣି ବରାଳ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ସହିତ ବାଇକ୍‌ରେ ନୃତ୍ତାଙ୍ଗସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଜଂକୋଟି ଗାଁ ପାଖରେ କିଛି ଦୁର୍ବୃତ୍ତ ସେମାନଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। କୁଳମଣି ଓ ଦିବ୍ୟସିଂହ ବାଇକ୍‌ରୁ ପଡ଼ିଯିବା ପରେ ମାରଣାସ୍ତ୍ରରେ ଉଭୟଙ୍କ ମୁଣ୍ଡ ଓ ମୁହଁଙ୍କୁ ହାଣି ଦୁର୍ବୃତ୍ତମାନେ ପଳାଇଥିଲେ। ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର କୁଳମଣିଙ୍କୁ ମୃତ ଘୋଷଣା କରିଥିଲେ। ଦିବ୍ୟସିଂହଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ବିଳମ୍ବିତ ରାତିରେ ସେଠାରେ ଦିବ୍ୟସିଂହଙ୍କର ମୃତ୍ୟୁ ଘଟିଥିଲା।

Mahanga Murder Case