ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମହାଲକ୍ଷ୍ମୀପୁରଠାରେ ଗତକାଲି ବନ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ହୃଦାନନ୍ଦ ବେହେରାକୁ ପୁଲିସ୍ ଗିରଫ କରିଛି। ଏଥିସହ ବିପୁଳ ପରିମାଣର ଚୋରା କାଠ କୋଇଲା ଜବତ କରିଛି।
ସୂଚନାଯୋଗ୍ୟ, ହୃଦାନନ୍ଦଙ୍କ ମହାଲକ୍ଷ୍ମୀପୁରସ୍ଥିତ ଘରେ ଚୋରା କାଠକୋଇଲା ଥିବା ବନ ବିଭାଗ କର୍ମଚାରୀ ବିଶେଷ ସୂତ୍ରରୁ ଖବର ପାଇ ଗତକାଲି ଚଢ଼ଉ କରିଥିଲେ। ଏହି ସମୟରେ ହୃଦାନନ୍ଦଙ୍କ ସହିତ ତାଙ୍କ ପରିବାର ଲୋକେ ବନ ବିଭାଗ ଗାଡ଼ି ଭାଙ୍ଗିବା ସହ କର୍ମଚାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିରେ ଖୁଣ୍ଟୁଣୀ ରେଞ୍ଜରଙ୍କ ସମେତ ୪ଜଣ ବନ କର୍ମଚାରୀ ଆହତ ହୋଇଥିଲେ।
ଏନେଇ ଖୁଣ୍ଟୁଣୀ ଥାନାରେ ବନ ବିଭାଗ କର୍ମଚାରୀ ଏତଲା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।