ଆରକେ ଶର୍ମା ରାଜସ୍ୱ ପର୍ଷଦ ସଦସ୍ୟ, ଦେଓରଞ୍ଜନ ଗୃହ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ୧୯୮୭ ମସିହା ବ୍ୟାଚ୍ ଆଇଏଏସ୍ ଆର କେ ଶର୍ମାଙ୍କୁ ବୋର୍ଡ ଅଫ ରେଭନ୍ୟୁ ମେମ୍ବର(ରାଜସ୍ୱ ପର୍ଷଦ ସଦସ୍ୟ) ଭାବେ ଅବସ୍ଥାପିତ କରାଯାଇ ଥିବାବେଳେ ୧୯୯୩ ବ୍ୟାଚ୍ ଆଇଏଏସ୍ ଦେଓରଞ୍ଜନ ସିଂଙ୍କୁ ଗୃହ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ୨ଜଣ ବରିଷ୍ଠ ଆଇଏଏସ୍ ଜିଭିଭି ଶର୍ମା ଓ ମଧୁସୂଦନ ପାଢ଼ୀ ଆସନ୍ତା ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବେ […]

sachibalaya

sachibalaya

Ordigital Desk
  • Published: Saturday, 29 October 2022
  • Updated: 29 October 2022, 10:50 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ୧୯୮୭ ମସିହା ବ୍ୟାଚ୍ ଆଇଏଏସ୍ ଆର କେ ଶର୍ମାଙ୍କୁ ବୋର୍ଡ ଅଫ ରେଭନ୍ୟୁ ମେମ୍ବର(ରାଜସ୍ୱ ପର୍ଷଦ ସଦସ୍ୟ) ଭାବେ ଅବସ୍ଥାପିତ କରାଯାଇ ଥିବାବେଳେ ୧୯୯୩ ବ୍ୟାଚ୍ ଆଇଏଏସ୍ ଦେଓରଞ୍ଜନ ସିଂଙ୍କୁ ଗୃହ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ୨ଜଣ ବରିଷ୍ଠ ଆଇଏଏସ୍ ଜିଭିଭି ଶର୍ମା ଓ ମଧୁସୂଦନ ପାଢ଼ୀ ଆସନ୍ତା ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବେ ଓ ଗୃହ ସଚିବ ସଞ୍ଜିବ ଚୋପ୍ରା କେନ୍ଦ୍ରୀୟ ଡେପୁଟେସନରେ ଯିବେ। ଏଥିପାଇଁ ଆଜି ମୋଟ ୬ଜଣ ବରିଷ୍ଠ ଆଇଏଏସଙ୍କୁ ବିଭିନ୍ନ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୮୭ ବ୍ୟାଚ୍ ଆଇଏଏସ୍ ତଥା ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଡିଜି ଆରକେ ଶର୍ମାଙ୍କୁ ବୋର୍ଡ ଅଫ ରେଭନ୍ୟୁ ମେମ୍ବର ଭାବେ ନିଯୁକ୍ତି ମିଳିଛି । ସେ ଅତିରିକ୍ତ ଭାବେ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଦାୟିତ୍ୱ ମଧ୍ୟ ତୁଲାଇବେ । ଜିଭିଭି ଶର୍ମା ୩୧ତାରିଖରେ ଅବସର ନେବାପରେ ସେ ବୋର୍ଡ ଅଫ ରେଭନ୍ୟୁର ମେମ୍ବର ଭାବେ କାର୍ଯ୍ୟ କରିବେ ।

ସେହିପରି ୧୯୮୯ ବ୍ୟାଚ୍ ଆଇଏଏସ୍ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ଜେନା ଯୋଜନା ଓ ସଂଯୋଜନ ବିଭାଗର ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର ଓ ଓସଡମା ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ସେହିପରି ୧୯୯୧ ବ୍ୟାଚ୍ ଆଇଏଏସ୍ ତଥା ରାଜସ୍ୱ ସଚିବ ସତ୍ୟବ୍ରତ ସାହୁଙ୍କୁ ଅତିରିକ୍ତ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ୱ ନ୍ୟସ୍ତ ହୋଇଛି । ୩୧ତାରିଖରେ ମଧୁସୂଦନ ପାଢ଼ୀ ଅବସର ନେବା ପରେ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

ସେହିପରି ୧୯୯୩ ବ୍ୟାଚ୍ ଆଇଏଏସ୍ ତଥା ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଦେଓରଞ୍ଜନ କୁମାର ସିଂ ଗୃହ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେ ଓଏମସି , ଓଏମଇସିଏଲ୍ ,ଇଡକଲ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ନିର୍ବାହ କରିବେ । ସେହିପରି ୧୯୯୬ ବ୍ୟାଚ୍ ଆଇଏଏସ୍ ତଥା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେ ଓଏସଏସଏସସି ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା ୨୦୦୬ ବ୍ୟାଚ୍ ଆଇଏଏସ୍ ରୂପାରୋଶନ ସାହୁଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେ ଏସସିଇଆରଟି ନିର୍ଦ୍ଦେଶକ ଓ ଇଂରାଜୀ ଭାଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଶାଶ୍ୱତ ମିଶ୍ର ଏବେ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos