ଭୁବନେଶ୍ୱର: ବର୍ଷା ଋତୁରେ ଜଳବାହିତ ରୋଗ ବିରୁଦ୍ଧରେ ସଚେତନତା ଅଭିଯାନ ଆରମ୍ଭ କଲେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ବିଶେଷ କରି ମ୍ୟାଲେରିଆ, ଡେଙ୍ଗୁ ଓ ଡାଇରିଆ ଭଳି ରୋଗ ବିରୁଦ୍ଧରେ ସାରା ରାଜ୍ୟରେ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ଏହି ସଚେତନତା କାର୍ଯ୍ୟକ୍ରମ କରାଯିବ। ଶୁକ୍ରବାର ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ଏହି ଅବସରରେ ମାଲେରିଆ, ଡେଙ୍ଗୁ ଓ ଡାଇରିଆ ରୋଗର ଲକ୍ଷଣ, କାରଣ ଏବଂ ନିରାକରଣ ଉପରେ ଲିଫଲେଟ୍, ପୋଷ୍ଟର ସହ ଭିଡିଓ କ୍ଲିପକୁ ଉନ୍ମୋଚନ କରିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ। ତେବେ ରାଜ୍ୟରେ ୫ବର୍ଷ ବୟସ ଭିତରେ ମୃତ୍ୟୁ ମୁଖରେ ପଡୁଥିବା ଶିଶୁଙ୍କ ଭିତରୁ ୨୦ପ୍ରତିଶତ ଡାଇରିଆରେ ମୃତ୍ୟୁବରଣ କରୁଥିବାରୁ ଏ ବର୍ଷ ଶିଶୁ ଡାଇରିଆ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।