ମାଓବାଦୀଙ୍କୁ କଲବଲ କଲାଣି କରୋନା, ଏସପି କହିଲେ-ଆତ୍ମସମର୍ପଣ କର

ମାଲକାନଗିରି(ଓଡ଼ିଶା ରିପୋର୍ଟର) ଛତିଶଗଡ଼ରେ ମାଓବାଦୀଙ୍କୁ କରୋନା ବ୍ୟାପିବା ପରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । କରୋନା କିମ୍ବା ଅନ୍ୟ ରୋଗରେ ପୀଡ଼ିତ ଥିଲେ ଆ ତ୍ମସମର୍ପଣ କରିବାକୁ ଅପିଲ୍ କରିଛନ୍ତି ମାଲକାନଗିରି ଏସ୍ପି ହୃଷିକେଶ ଖିଲାରୀ । ପୋଲିସ ପକ୍ଷରୁ ମାଓବାଦୀଙ୍କୁ ମାଗଣା ଚିକିତ୍ସା ଓ ଅନ୍ୟାନ୍ୟ ସହଯୋଗ କରାଯିବ ବୋଲି ଏସପି କହିଛନ୍ତି । ସେହିଭଳି ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ କୌଣସି ମାମଲା ହେବ ନାହିଁ ବୋଲି କହିଛନ୍ତି […]

naxal

Tapas Behera
  • Published: Wednesday, 12 May 2021
  • , Updated: 12 May 2021, 05:28 PM IST

ମାଲକାନଗିରି(ଓଡ଼ିଶା ରିପୋର୍ଟର) ଛତିଶଗଡ଼ରେ ମାଓବାଦୀଙ୍କୁ କରୋନା ବ୍ୟାପିବା ପରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । କରୋନା କିମ୍ବା ଅନ୍ୟ ରୋଗରେ ପୀଡ଼ିତ ଥିଲେ ଆ ତ୍ମସମର୍ପଣ କରିବାକୁ ଅପିଲ୍ କରିଛନ୍ତି ମାଲକାନଗିରି ଏସ୍ପି ହୃଷିକେଶ ଖିଲାରୀ । ପୋଲିସ ପକ୍ଷରୁ ମାଓବାଦୀଙ୍କୁ ମାଗଣା ଚିକିତ୍ସା ଓ ଅନ୍ୟାନ୍ୟ ସହଯୋଗ କରାଯିବ ବୋଲି ଏସପି କହିଛନ୍ତି । ସେହିଭଳି ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ କୌଣସି ମାମଲା ହେବ ନାହିଁ ବୋଲି କହିଛନ୍ତି । କିଛି ଗାଁରେ ମାଓବାଦୀଙ୍କୁ ଗ୍ରାମବାସୀ ପ୍ରବେଶ କରାଇ ଦେଉନଥିବା ଏସ୍ପି କହିଛନ୍ତି ।

ଛତିଶଗଡ଼ ମାଓ ସଙ୍ଗଠନରେ କରୋନା ବ୍ୟାପିଥିବା ପୋଲିସ ସ୍ପଷ୍ଟ କରିଥିବା ବେଳେ ଲାଲଗଡରେ ରହୁଥିବା ଗ୍ରାମବାସୀଙ୍କ ପାଇଁ ଏହା ବିପଦ ସୃଷ୍ଟି କରିପାରେ ବୋଲି କୁହାଯାଉଛି । ସୀମାନ୍ତ ମାଲକାନଗିରିରେ ସକ୍ରିୟ ମାଓ ସଙ୍ଗଠନରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିପାରେ । ତେଣୁ ମାଲକାନଗିରି ପୋଲିସ ଏହା ଉପରେ ନଜର ରଖିଥିବା ଏସପି କହିଛନ୍ତି ।

ଛତିଶଗଡ଼ ଦନ୍ତେ ୱାଡ଼ା ଜିଲ୍ଲାର ବିଭିନ୍ନ କ୍ୟାମ୍ପରେ ପ୍ରାୟ ୧୦ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଗତକାଲି ସୂଚନା ମିଳିଛି । ତେଣୁ ମାଓ ଶିବିରରେ କୋଭିଡ୍ ନେଇ ଆତଙ୍କ ଖେଳିଯିବା ସହ ଆଉ କିଛି ମାଓବାଦୀ କରୋନା ଭୟରେ ଶିବିର ଛାଡ଼ିଥିବା ଛତିଶଗଡ ପୋଲିସ ପକ୍ଷରୁ କୁହାଯାଇଛି ।

ମିଳିଥିବା ସୂଚନା ଅନୁସାରେ, ପାଖାପାଖି ୪୦୦ ନକ୍ସଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଦାନ୍ତେୱାଡାର ଏସପି ଅଭିଷେକ ପଲ୍ଲଭ ଏହି ସୂଚନା ଦେଇଛନ୍ତି । ନକ୍ସଲ ୨୦ ଦିନ ତଳେ ସୁକମା ଓ ବୀଜାପୁର ଜଙ୍ଗଲରେ ବଡ଼ ବୈଠକ କରିଥିଲେ । ଏହି ବୈଠକରେ ୫୦୦ରୁ ଅଧିକ ନକ୍ସଲ୍ ସାମିଲ୍‌ ହୋଇଥିଲେ । ଛତିଶଗଡ଼ର ଦଣ୍ଡକାରଣ୍ୟ ଜଙ୍ଗଲରେ ୧୦ ନକ୍ସଲଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହିସବୁ ନକ୍ସଲଙ୍କର  ଅନ୍ତିମ ସଂସ୍କାର କରାଯାଇଛି।

Related story