ମାଲକାନଗିରି(ଜିତେନ୍ଦ୍ର ବେଉରା): ଖାପ୍ ପଞ୍ଚାୟତ ପାଲଟିଲା ରଣକ୍ଷେତ୍ର। ଧାରୁଆ ଅସ୍ତ୍ର ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
MPV-33 ଗାଁର ବିଧାନ ମିର୍ଦ୍ଧାଙ୍କର ଦୁଇଟି ସ୍ତ୍ରୀ ଅଛନ୍ତି। ଦୁଇ ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ ବିବାଦ ସୃଷ୍ଟି ହୋଇଥିଲା। ଏହା ସମାଧାନ ପାଇଁ ଆଜି ସନ୍ଧ୍ୟାବେଳେ ବସିଥିଲା ଖାପ୍ ପଞ୍ଚାୟତ। ଏଥିରେ ଗାଁର ମୁରବିମାନେ ସାମିଲ ହୋଇଥିଲେ। ତେବେ ଖାବ୍ ପଞ୍ଚାୟତ ଚାଲିଥିବା ବେଳେ ବିଧାନ ମିର୍ଦ୍ଧା ହଠାତ ଏକ ଛୁରୀରେ ସମସ୍ତଙ୍କୁ ଆକ୍ରମଣ କରିଥିଲା। ଫଳରେ ୬ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ କାଲିମେଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମାଧବୀ ରାୟ ଓ ବିଶ୍ୱଜିତ ରାୟଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୪ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।
ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଅଭିଯୁକ୍ତଙ୍କୁ ଅଟକ ରଖିଥିବା ବେଳେ ଛୁରି ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର
ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।