ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ସ୍ୱାଭିମାନ ଅଞ୍ଚଳରୁ ବିପୁଳ ବିସ୍ଫାରକ ସାମଗ୍ରୀ ଜବତ। ସ୍ୱାଭିମାନ ଅଞ୍ଚଳର ଆନ୍ଧ୍ର ଓଡ଼ିଶା ସୀମାରେ ଡିଭିଏଫ ଯବାନଙ୍କ କମ୍ବିଂ ଅପରେସନ ବେଳେ ମାଓ କ୍ୟାମ୍ପ ଠାବ ହୋଇଛି। ଘଟଣାସ୍ଥଳରୁ ଯବାନମାନେ ବିପୁଳ ମାଓ ସାମଗ୍ରୀ ଜବତ କରିଛନ୍ତି । ଏହି ବିସ୍ଫୋରକ ସାମଗ୍ରୀଗୁଡିକୁ ମାଓବାଦୀମାନ ମାଟି ତଳେ ଲୁଚାଇ ରଖିଥିଲେ।
ବିସ୍ଫୋରକ ସାମଗ୍ରୀ ମଧ୍ୟରେ ଜିଲୋଟିନ, ୨୦ କିଲୋ କୋଡେକ୍ସ ତାର ,୧୨୦ଟି ଡିଟୋନେଟର, ୫୦ ମିଟର ଇଲେକ୍ଟ୍ରନିକ ତାର ଓ କିଛି ବହି ସମେତ ଗୁଳି ଓ ଟିଫିନ ବୋମା ଉଦ୍ଧାର ହୋଇଛି । ଏତେ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ ହବା ପରେ ମାଓବାଦୀ ଏକ ବଡ଼ ଆକ୍ରମଣର ଯୋଜନା କରୁଥିବା ନେଇ ସନ୍ଦେହ କରାଯାଉଛି । ଆନ୍ଧ୍ର ଓଡିଶା ବୋର୍ଡର ଜୋନାଲ କମିଟି ମାଓ ସଙ୍ଗଠନ ଏହି ବିସ୍ପୋରକ ସାମଗ୍ରୀ ଗଛିତ ରଖିଥିବା ସୂଚନା ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।