ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୁଣି ଅଜଣା ରୋଗର ଆତଙ୍କ ଦେଖାଦେଇଛି । ଜିଲ୍ଲାର ପୁରୁଣା ଓରକେଲ ଗାଁରେ ଶିଶୁମାନଙ୍କୁ ପ୍ରଥମେ ଥଣ୍ଡା କାଶ ହେବା ସହ ଜ୍ୱର ଲାଗି ରହୁଛି । ଏବେ ଗାଁର ୩୦ରୁ ଅଧିକ ଶିଶୁ ଏଭଳି ଆକ୍ରନ୍ତ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗର ୫ ଦିନ ବାଲିମେଳା ଓ କୋରକେଣ୍ଡାରୁ ଦୁଇଟି ଡାକ୍ତରୀ ଦଳ ଗାଁକୁ ଯାଇ ଚିକିତ୍ସା ଆରମ୍ଭ କରିଛନ୍ତି । ଗତ ୫ବର୍ଷ ମଧ୍ୟରେ ଏପରି ଅଜଣା ରୋଗରେ ଆକ୍ରାନ୍ତ ହୋଇ ବହୁ ଶିଶୁଙ୍କର ଜୀବନ ଯାଇଛି । ସରକାରୀ ସୂଚନା ଅନୁସାରେ ଗତବର୍ଷ ଏହି ଗାଁରେ ୩ଜଣ ଓ ଆଖପାଖ ଅଞ୍ଚଳରୁ ମୋଟ ୧୧ଜଣ ଶିଶୁ ପ୍ରାଣ ହରାଇଥିଲେ । କେନ୍ଦ୍ର ଓ ରାଜ୍ୟର ସ୍ୱତନ୍ତ୍ର ଟିମ୍ ଆସି ରକ୍ତ ନମୁନା ନେଇ ଯାଞ୍ଚ କରିଥିଲେ । ଏପରି କି ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ସଚିବ ମଧ୍ୟ ଏହି ଅଞ୍ଚଳ ଗ୍ରସ୍ତ କରିଥିଲେ। ତେବେ ଚଳିତବର୍ଷ ଠିକ ବର୍ଷାଋତୁ ଆରମ୍ଭରୁ ପୁଣି ଏପରି ଅଜଣା ରୋଗ ବ୍ୟାପିଥିବାରୁ ଲୋକଙ୍କ ମନରେ ଆତଙ୍କ ଖେଳିଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Technology
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Miscellaneous
ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ । ତା’ପରେ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଛନ୍ତି ଓ ସେଠାରେ ରାତ୍ରିଯାପନ କରିବେ ।