Advertisment

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ମୃତ, ୩ ଆହତ

ଗତକାଲି ଛତିଶଗଡକୁ ସଂଯୋଗ କରୁଥିବା ଟିଟିବିରି ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ମାଲକାନଗିରି  ଜିଲ୍ଲା ସୀମାନ୍ତ ଟିଟିବିରି ନିକଟରେ ଗତକାଲି ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଆହତ ମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ଛତିଶଗଡକୁ ସଂଯୋଗ କରୁଥିବା ଟିଟିବିରି ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ପୁଲିସ ଓ ସ୍ଥାନୀୟ ଲୋକେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି।

ପୁଲିସ ୨ଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।  ଦୁର୍ଘଟଣାରେ ଗାଡ଼ି ଦୁଇଟି ଭାଙ୍ଗିରୁଜି ଯାଇଛି। 

Advertisment
Malkangiri Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe