ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କ ଘର ଜାଳି ଦେଲେ ଲୋକେ

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ସଂଘବଦ୍ଧ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଉ ଏହା ପରେ ଅଭିଯୁକ୍ତମାନଙ୍କ ଘରେ ନିଆଁ ଲଗାଇ ଦେଇଥିଲେ ଗାଁ ଲୋକେ। ଫଳରେ ଗାଁରେ ଉତ୍ତେଜନାମୂଳକ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛି। ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲାର କୋଦଳାରେ। ଆଜି ସକାଳେ କୋଦଳାର ଖଦଳା ସାହିର କାଳୁ ନାହାକ ଦୋକାନରୁ ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କୁ ଖଣ୍ଡାରେ […]

Fire

Jitendra Garnayak
  • Published: Sunday, 19 September 2021
  • , Updated: 19 September 2021, 01:53 PM IST

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ସଂଘବଦ୍ଧ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଉ ଏହା ପରେ ଅଭିଯୁକ୍ତମାନଙ୍କ ଘରେ ନିଆଁ ଲଗାଇ ଦେଇଥିଲେ ଗାଁ ଲୋକେ। ଫଳରେ ଗାଁରେ ଉତ୍ତେଜନାମୂଳକ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛି। ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲାର କୋଦଳାରେ।

ଆଜି ସକାଳେ କୋଦଳାର ଖଦଳା ସାହିର କାଳୁ ନାହାକ ଦୋକାନରୁ ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। କୋଦଳା ରେଞ୍ଜରଙ୍କ ବଙ୍ଗଳା ସାମ୍ନାରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଘଟଣାସ୍ଥଳରେ ହିଁ କାଳୁଙ୍କ ପ୍ରାଣପାୟୁ ଉଡ଼ି ଯାଇଥିଲା। ଏହି ଆକ୍ରମଣରେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।

ଏହି ଘଟଣା ପରେ ସ୍ଥାନୀୟ ଲୋକେ ରାଗି ଯାଇଥିଲେ। ସେମାନେ ଅଭିଯୁକ୍ତମାନଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ୩ଟି ଘରେ ଗାଁ ଲୋକେ ନିଆଁ ଲଗାଇ ଦେଇଥିଲେ। ଏହା ସହିତ ଟାୟାର ଜାଳି ଓ କାଠ ଗଣ୍ଡି ପକାଇ ଗାଁ ଲୋକେ କୋଦଳା ମୁଖ୍ୟରାସ୍ତାକୁ ଅବରୋଧ କରିଥିଲେ। ଗାଁରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା। ଖବର ପାଇ ପୁରୁଷୋତ୍ତମ ପୁର ଏସଡିପିଓ ଏବଂ କୋଦଳା ପୁଲିସ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ସ୍ଥିତିରେ ସୁଧାର ଆସିଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଥିବା ବେଳେ ପୁଲିସ୍ ତିନି ଜଣ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

 

Related story