ସୁନ୍ଦରଗଡ଼ (ବିଜୟ ବରୁଆ): ସାମାନ୍ୟ ବଚସାରୁ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ। ଏହି ଅଭାବନୀୟ ଘଟଣା ଘଟିଛି, ସୁନ୍ଦରଗଡ଼ ସଦର ଥାନା ସୁବଳୟାରେ। ମୃତ ମହିଳାଙ୍କ ନାଁ ସୁଶୀଲା। ତାଙ୍କ ସ୍ୱାମୀ ନାଁ ଉଦିତ୍ ବାଗ୍।
ସୂଚନା ଅନୁଯାୟୀ, ଉଦିତ୍ ଓ ସୁଶୀଲା ପ୍ରେମ ବିବାହ କରିଥିଲେ। ସେମାନଙ୍କର ଦୁଇଟି ଛୁଆ ଅଛନ୍ତି। ଅନେକ ସମୟରେ ଉଦିତ୍ ମଦ ପିଇ ସୁଶୀଲାଙ୍କ ସହ ଝଗଡ଼ା କରନ୍ତି। ଦୁଇ ଦିନ ତଳେ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ଗତକାଲି ସନ୍ଧ୍ୟାରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେବା ସହ ମାରପିଟ୍ ବି ହୋଇଥିଲା। ଏହି ସମୟରେ ଉତ୍କ୍ଷିପ୍ତ ଉଦିତ୍ ଏକ ବାଉଁଶ ବାଡ଼ିରେ ସୁଶୀଲାକୁ ପିଟି ପିଟି ହତ୍ୟା କରିଥିଲା।
ଖବର ପାଇ ସଦର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ଅଭିଯୁକ୍ତକୁ ଅଟକ ରଖିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।