ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅନ୍ତର୍ଗତ ହର୍ଟିକଲଚର୍ ଫାର୍ମ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ପେଟି ଭିତରେ ତାଙ୍କ ମୃତଦେହ ଥିଲା।
ମୃତକଙ୍କ ନାଁ ଦିଲୀପ ସାହୁ। ତାଙ୍କ ଘର ନୟାଗଡ଼ ଜିଲ୍ଲା କଣ୍ଟିଲୋ ଅଞ୍ଚଳରେ। ସେ ଦୀର୍ଘ ଦିନ ହେବ ନୟାପଲ୍ଲୀ ଅଞ୍ଚଳରେ ଏକ ଅଟାକଳରେ କାମ କରୁଥିଲେ।
ତାଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ଜଣାପଡ଼ିଛି। ତାଙ୍କୁ ହତ୍ୟା କରିବା ଅଭିଯୋଗରେ ପ୍ରକାଶ ଜେନା ନାମକ ଜଣେ ବ୍ୟକ୍ତିଙ୍କୁ ପୁଲିସ୍ ଗିରଫ କରିଛି। ପ୍ରକାଶ ବି ସେହି ଅଟାକଳରେ କାମ କରୁଥିଲେ। ସେମାନଙ୍କ ମଧ୍ୟରେ ଗତକାଲି ରାତିରେ ପାଟିତୁଣ୍ଡ ହୋଇଥିବା ଜଣାପଡ଼ିଛି। ତେବେ ହତ୍ୟାର କାରଣ ଜଣାପଡ଼ିନି।
ଏହି ହତ୍ୟାକାଣ୍ଡରେ ପ୍ରକାଶଙ୍କ ସହିତ ଆଉ କିଛି ଲୋକ ସଂପୃକ୍ତ ଥିବା ସନ୍ଦେହ କରାଯାଉଛି। ନୂଆପଲ୍ଲୀ ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।