ସମ୍ବଲପୁର (ସଞ୍ଜୟ ଜେନା): ଜଣେ ନାବାଳକର ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସମ୍ବଲପୁର ଜିଲ୍ଲା ବୁର୍ଲାରେ ଘଟିଛି ଏହି ଘଟଣା।
ମୃତ ଯୁବକଙ୍କ ନାଁ ସୁମିତ ଷଣ୍ଢ। ତାଙ୍କ ନାଁରେ ବୁର୍ଲା ଥାନାରେ ଅନେକ ମାମଲା ଥିଲା।
ଗତକାଲି ବିଳମ୍ବିତ ରାତିରେ ବୁର୍ଲା ସହରର ସଦେଇପାଲି ଅଞ୍ଚଳରେ ଏକ ଭୋଜି ଚାଲିଥିଲା। ସେହି ଭୋଜିରେ ମୃତ ସୁମିତ ଓ ଅଭିଯୁକ୍ତ ନାବାଳକ ମଧ୍ୟ ସାମିଲ ହୋଇଥିଲେ। ସେଠାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନାବାଳକ ଜଣକ ସୁମିତିକୁ ଛୁରୀ ଭୁସି ଦେଇଥିଲା।
ସୁମିତଙ୍କୁ ତୁରନ୍ତ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ପୁଲିସ୍ ଅଭିଯୁକ୍ତ ନାବାଳକକୁ ଅଟକ ରଖିଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।