ସମ୍ବଲପୁର(ସଞ୍ଜୟ ଜେନା): ଜଣେ ଯୁବକଙ୍କୁ ଆକ୍ରମଣ କରିବା ସହ ବନ୍ଧୁକରୁ ଗୁଳି ଫୁଟାଇବା ଅଭିଯୋଗରେ ବୁର୍ଲା ଥାନା ପୁଲିସ୍ ୩ ଜଣ କିନ୍ନରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନଙ୍କ ନିକଟରୁ ଏକ ନକଲି ବନ୍ଧୁକ ଜବତ କରାଯାଇଛି। ଗତକାଲି ସମ୍ବଲପୁରର ରୋଚେଶ ଦେ ନାମକ ଯୁବକ ଏ ନେଇ ବୁର୍ଲା ଥାନାରେ ଅଭିଯୋଗ କରିଥିଲେ।
ରୋଚେଶଙ୍କ ଅଭିଯୋଗ ମୁତାବକ, ଗତ ୭ ତାରିଖରେ ହିରାକୁଦ ଷ୍ଟେଶନ ନିକଟରେ କିଛି କିନ୍ନର ତାଙ୍କୁ ଘେରିଯାଇ ଆକ୍ରମଣ କରିଥିଲେ। ସେମାନେ ତାଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିବା ସହ ଗୁଳି ଫୁଟାଇଥିବା ରୋଚେଶ ନିଜ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ପୁଲିସ୍ ଏହି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତଙ୍କ ବିରୋଧରେ ଧାରା ୩୦୭ ଓ ୨୫ ଆର୍ମସ୍ ଆକ୍ଟ ଲାଗିଛି। ତେବେ ପ୍ରକୃତରେ ଗୁଳି ଫୁଟିଥିଲା ନା ନକଲି ବନ୍ଧୁକରେ ଯୁବକଙ୍କୁ ଭୟଭୀତ କରାଯାଇଥିଲା, ତାହାର ତଦନ୍ତ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା