ଛାତ ଉପରେ ଶୋଇଥିବା ବେଳେ ଯୁବକଙ୍କୁ ଛୁରାମାଡ଼

ସୋନପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା କଣପାଲି ଗାଁରେ ଛାତ ଉପରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ ଛୁରୀରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ବାସୁଦେବ ଖଣ୍ଡଗିରି। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ରାତିରେ ଏ ଘଟଣା ଘଟିଥିଲା। ବାସୁଦେବଙ୍କ ଚିତ୍କାର ଶୁଣି ପରିବାର ଲୋକେ ଧାଇଁ ଯାଇଥିଲେ। ତାଙ୍କୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ […]

777799999999999

Jyoshna Pradhan
  • Published: Monday, 10 June 2019
  • , Updated: 10 June 2019, 12:21 PM IST

ସୋନପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା କଣପାଲି ଗାଁରେ ଛାତ ଉପରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ ଛୁରୀରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ବାସୁଦେବ ଖଣ୍ଡଗିରି। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଗତକାଲି ରାତିରେ ଏ ଘଟଣା ଘଟିଥିଲା। ବାସୁଦେବଙ୍କ ଚିତ୍କାର ଶୁଣି ପରିବାର ଲୋକେ ଧାଇଁ ଯାଇଥିଲେ। ତାଙ୍କୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା।

ତେବେ କିଏ ଓ କାହିଁକି ବାସୁଦେବଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିଲା, ତାହା ଜଣାପଡ଼ିନାହିଁ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

Related story