attack
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ସ୍ଥିତ ୟୁନିଟ୍ ୯ ଗ୍ରୀଡ୍କୋ କଲୋନୀ ପଡ଼ିଆରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଗୁରୁତର ଯୁବକଙ୍କ ନାଁ ଆକାଶ କୁମାର ଦୋରା। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
Advertisment
ଆକାଶଙ୍କୁ ପ୍ରାୟ ୨୦ରୁ ୩୦ ଦୁର୍ବୃତ୍ତ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ପୁଲିସ୍ ସନ୍ଦେହ କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2019/10/knife-attack.jpg)