ସୋର(ଶଶିକାନ୍ତ ବେହେରା): ସ୍ତ୍ରୀକୁ ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ କରିଛି ସ୍ୱାମୀ। ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ପାରମହଲା ସାହିରେ ଘଟିଛି ଏହି ଘଟଣା। ମୃତ ମହିଳାଙ୍କ ନାଁ ବେବି ଖାତୁନ୍।
ବେବିଙ୍କ ସ୍ୱାମୀ ଶେଖ୍ ମଣ୍ଟୁଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
୮ ମାସ ତଳେ ମଣ୍ଟୁ ଓ ବେବିଙ୍କ ବାହାଘର ହୋଇଥିଲା। କୌଣସି ପାରିବାରିକ କଥାକୁ ନେଇ ଆଜି ସକାଳେ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ଏହି ସମୟରେ ମଣ୍ଟୁ ରାଗି ଯାଇ ଏକ ଛୁରୀରେ ବେବିଙ୍କ ବେକ କାଟି ଦେଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ମଣ୍ଟୁ ମଧ୍ୟ ଛୁରୀରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନା ନେଇଥିଲା। ବେବିଙ୍କ ମୃତଦେହକୁ ପୁଲିସ୍ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?