ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟର ପଞ୍ଚମ ମହଲାରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଢେଙ୍କାନାଳ ଜିଲ୍ଲା ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ଆଜି ଘଟିଥିବା ଏହି ଘଟଣା ସାଧାରଣରେ ଅଲୋଚନାର ବିଷୟ ହୋଇଛି। ଏହି ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଡମସାହିର ଚନ୍ଦନ ନାୟକ।
ସକାଳେ ଏହି ଯୁବକ ଜଣଙ୍କ କୌଣସି କାରଣକୁ ନେଇ ନିଜ ଘରେ ହାତ ଓ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଢେଙ୍କାନାଳ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ଅପରାହ୍ନ ପ୍ରାୟ ୩ଟା ବେଳେ ଚିକିତ୍ସିତ ହେଉଥିବା ଶଯ୍ୟାରୁ ହଠାତ୍ ଉଠି ପଳାଇବା ପରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ହସ୍ପିଟାଲର ପାଞ୍ଚ ମହଲାରୁ ଡେଇଁ ପଡିଥିବାରୁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଢେଙ୍କାନାଳ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି। କେଉଁ କାରଣ ପାଇଁ ସେ ବାରମ୍ଵାର ଏଭଳି ଉଦ୍ୟମ କରିଛନ୍ତି ତାହା ଅସ୍ପଷ୍ଟ ରହିଛି। ଡାକ୍ତରଖାନା ଆସିଥିବା ତାଙ୍କ ମା’ ମଧ୍ୟ ଆତ୍ମହତ୍ୟାର କାରଣ ବିଷୟରେ କିଛି ଜାଣି ନ ଥିବା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।