ପୂର୍ବ ଶତ୍ରୁତାରୁ ତଣ୍ଟି କାଟି ହତ୍ୟା ଉଦ୍ୟମ

ବିନିକା (ଦିଲୀପ କୁମାର ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ପାଲିପଡ଼ାରେ ପୂର୍ବ ଶତ୍ରୁତାରୁ ତଣ୍ଟି କାଟି ଜଣଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆହତ ଜଣକ ହେଲେ ରାଜକୁମାର ନାଗ। ଘର ପାଖ ରମେଶ ଭୋଇ ଓ ତାଙ୍କ ପୁଅ ଆକାଶ, ରାଜକୁମାରଙ୍କ ଘରକୁ ଆସି ତାଙ୍କ ତଣ୍ଟି କାଟି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ରାଜକୁମାରଙ୍କୁ ରକ୍ଷା କରିବାକୁ ଯାଇ ତାଙ୍କ ଝିଅ ନିନା ନାଗ ମଧ୍ୟ […]

binika

binika

Rakesh Mallick
  • Published: Friday, 18 January 2019
  • Updated: 18 January 2019, 06:27 PM IST

Sports

Latest News

ବିନିକା (ଦିଲୀପ କୁମାର ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ପାଲିପଡ଼ାରେ ପୂର୍ବ ଶତ୍ରୁତାରୁ ତଣ୍ଟି କାଟି ଜଣଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆହତ ଜଣକ ହେଲେ ରାଜକୁମାର ନାଗ।

ଘର ପାଖ ରମେଶ ଭୋଇ ଓ ତାଙ୍କ ପୁଅ ଆକାଶ, ରାଜକୁମାରଙ୍କ ଘରକୁ ଆସି ତାଙ୍କ ତଣ୍ଟି କାଟି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ରାଜକୁମାରଙ୍କୁ ରକ୍ଷା କରିବାକୁ ଯାଇ ତାଙ୍କ ଝିଅ ନିନା ନାଗ ମଧ୍ୟ ଆହତ ହୋଇଛନ୍ତି। ଉଭୟ ରାଜକୁମାର ଓ ନିନାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।

ଘଟଣା ପରଠାରୁ ଅଭିଯୁକ୍ତ ବାପପୁଅ ଫେରାର ଥିବା ପୁଲିସ୍ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos