Keonjhar
ଆନନ୍ଦପୁର(ମୁନ୍ନା ସିଂ): ବାତ୍ୟା ୟାସ୍ ଲ୍ୟାଣ୍ଡଫଲ୍ ପୂର୍ବରୁ ଆଜି ସକାଳେ ଘଟିଛି ଅଘଟଣ। ଚାଲି ଚାଲି ଯାଉଥିବା ବେଳେ ଗଛ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝରଜିଲ୍ଲା ଆନନ୍ଦପୁର ବ୍ଲକ ପଞ୍ଚପଲ୍ଲୀ ଗାଁରେ ଏପରି ଦୁର୍ଘଟଣା ଘଟିଛି।
ନୂଆଗାଁ ପୂର୍ଣ୍ଣଚନ୍ଦ୍ର ନାୟକ ଆଜି ସକାଳେ ଚାଲି ଚାଲି ନିକଟସ୍ଥ ମଠକୁ ଯାଉଥିଲେ। ହଠାତ୍ ଗୋଟିଏ ଗଛ ଭାଙ୍ଗି ତାଙ୍କ ଉପରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।
ବାତ୍ୟା ୟାସ୍ ସମ୍ବନ୍ଧୀୟ ଲାଇଭ୍ ଅପଡେଟ୍ ପାଇଁ କ୍ଲିକ କରନ୍ତୁ
ବାତ୍ୟା ୟାସ୍ ଏବେ ଧାମରାଠାରୁ ୪୦ କିମି ଦୂରରେ ରହିଛି। ଆଜି ଦିନ ୧୦ରୁ ୧୧ଟା ଭିତରେ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ରହିଛି। ତେବେ ବାତ୍ୟା ଲ୍ୟାଣ୍ଡଫଲ୍ ପୂର୍ବରୁ ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି। ବାତ୍ୟାର ପ୍ରଭାବ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପଡ଼ିଛି। ଆଜି ସକାଳ ପରଠାରୁ ପବନର ବେଗ ବଢ଼ିଛି। ଏପରିକି ପ୍ରବଳ ବର୍ଷା ମଧ୍ୟ ହେଉଛି। ଲୋକେ ଘରୁ ବାହାରି ପାରୁ ନାହାନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2021/05/cyclone-death.jpg)