ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାସ୍ଥିତ ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ବଲଣ୍ଡାରେ ଡମ୍ପର ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟ ଘଟିଛି। ତାଙ୍କ ନାଁ ଜଣାପଡ଼ି ନାହିଁ। ସେ ବଲଣ୍ଡାରେ ଥିବା ଏକ ଜୟ ସ୍ପଞ୍ଜ କାରଖାନାରେ କାମ କରୁଥିଲେ।
ଆଜି ସକାଳ ପ୍ରାୟ ୮ଟା ୩୦ରେ ସେ ଏକ ସାଇକେଲ୍ରେ କାରଖାନାକୁ ଡ୍ୟୁଟି କରିବାକୁ ଯାଉଥିଲେ। ଏହି ସମୟରେ ଏକ ଡମ୍ପର ପଛ ପଟୁ ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ରାସ୍ତାରେ ଦ୍ରୁତଗତିରେ ଯାନବାହନ ଚଳାଚଳ କରୁଥିବାରୁ ଏହାର ପ୍ରତିକାର କରିବାକୁ ଲୋକେ ଦାବି କରିଥିଲେ। ପୁଲିସ୍ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏଥିସହ ଦୁର୍ଘଟଣା ଘଟାଇଥିବା ଡମ୍ପରକୁ ବି ଜବତ କରିଛି। ଡମ୍ପର ଡ୍ରାଇଭର ଫେରାର ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Accident
ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।