ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ସ୍ତ୍ରୀର ମୃତଦେହ ନେଇ ଘରକୁ ଫେରୁଥିବା ବେଳେ ବାଟରେ ଦୁର୍ଘଟଣା ଘଟି ଚାଲି ଯାଇଛି ସ୍ୱାମୀର ଜୀବନ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଅଞ୍ଚଳରେ।
ମୃତ ବ୍ୟକ୍ତିଙ୍କ ନାଁ ବିପିନ ସେଠ। ତାଙ୍କ ଘର ତୁରେଇକେଲା ବ୍ଲକ୍ ଅନ୍ତର୍ଗତ ଲର୍କି ଗାଁରେ।
ସୂଚନା ଅନୁଯାୟୀ, ବିପିନଙ୍କ ପତ୍ନୀ ସାଏବାନୀ ସେଠ ପକ୍ଷାଘାତ ରୋଗରେ ପୀଡ଼ିତ ହୋଇ ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗତକାଲି ରାତିରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ବିପିନ ଏକ ଘରୋଇ ଆମ୍ବୁଲାନ୍ସ ଭଡ଼ା କରି ସ୍ତ୍ରୀଙ୍କ ମୃତଦେହ ଧରି ଘରକୁ ଫେରୁଥିଲେ। କିନ୍ତୁ ବିଧିର ବିଧାନ ଅଲଗା ଥିଲା। ପଦ୍ମପୁର-ପାଟଣାଗଡ଼ ରାସ୍ତାର ଝୁଲେନବର ଗାଁ ନିକଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଏଥିରେ ବିପିନଙ୍କ ମୃତ୍ୟୁ ଘଟିଥିଲା।
ଦୁର୍ଘଟଣା ପରେ ଆମ୍ବୁଲାନ୍ସ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।